Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:2 - ପବିତ୍ର ବାଇବଲ

2 ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର,।

Gade chapit la Kopi

ଓଡିଆ ବାଇବେଲ

2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।

Gade chapit la Kopi




ଏଫିସୀୟ 5:2
54 Referans Kwoze  

“ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍।


ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି।


ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ।


ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”


ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।


ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।


ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।


ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।


ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।


ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି।


ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।


ପରମେଶ୍ୱରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ବିଶ୍ୱାସ କରିବା ଓ ପରସ୍ପରକୁ ଭଲ ପାଇବା।


ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।


ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର।


ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।


ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।


ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୂର୍ଣ୍ଣଭାବରେ ବେଦିରେ ଥିବା ଅଗ୍ନିକାଠ ମଧ୍ୟରେ ଦ‌‌‌‌ଗ୍‌‌‌‌ଧ କରିବ। ଏହି ହୋମବଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ହେବ।


ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା'ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।


ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।


“ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର।


ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି।


ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।


ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”


କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।


ତା'ପରେ ଯାଜକ ଯଜ୍ଞବେଦି ଉପରେ ଏହିସବୁ ଦ‌‌‌‌ଗ୍‌‌‌‌ଧ କରିବ। ଏହି ଭୋଜ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମେଦ ସଦାପ୍ରଭୁଙ୍କର।


ଏହା ପରେ ଗୋଟା ମେଷକୁ ଯଜ୍ଞବେଦି ଉପରେ ଦ‌ଗ୍‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହୋମବଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।


ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦ‌ଗ୍‌ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।


ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।


ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।


ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ।


ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।


ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।


ପରମେଶ୍ୱରଙ୍କୁ ଦାନ ଓ ବଳି ଉତ୍ସର୍ଗ କରିବା ପ୍ରତ୍ୟେକ ମହାଯାଜକଙ୍କ କାମ ଅଟେ। ଅତଏବ ଆମ୍ଭର ମହାଯାଜକ ମଧ୍ୟ ପରମେଶ୍ୱରଙ୍କୁ କିଛି ଉତ୍ସର୍ଗ କରିବା କଥା।


ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯଜ୍ଞବେଦି ସମସ୍ତ ଅଚଞ୍ଛା ପଥରରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭେମାନେ ସେହି ସ୍ଥାନରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ହୋମବଳି ଉତ୍ସର୍ଗ କରିବା ଉଚିତ୍।


Swiv nou:

Piblisite


Piblisite