ଏଫିସୀୟ 5:27 - ପବିତ୍ର ବାଇବଲ27 ଯେପରି ସମ୍ପୂର୍ଣ୍ଣ ମହିମା (ସୌନ୍ଦର୍ଯ୍ୟ) ର ସହିତ ମଣ୍ଡଳୀକୁ ନିଜଠାରେ ତାହାଙ୍କ କନ୍ୟା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ୟୁ ଭୋଗ କଲେ। ମଣ୍ଡଳୀ ମଧ୍ୟରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ୍ କାର୍ଯ୍ୟ ଦେଖା ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ୟ ହୋଇପାରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଯେପରି ମଣ୍ତଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। Gade chapit laଓଡିଆ ବାଇବେଲ27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)27 ପୁଣି ତାକୁ ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ ଓ ସର୍ବାଙ୍ଗ ସୁନ୍ଦର କରି ନିଜେ ଗ୍ରହଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।