Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:14 - ପବିତ୍ର ବାଇବଲ

14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର,

Gade chapit la Kopi

ଓଡିଆ ବାଇବେଲ

14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତେଣୁ ସତ୍ୟରୂପ କଟିବନ୍ଧ, ଧାର୍ମିକତାର ଉରସ୍ତ୍ରାଣ ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,

Gade chapit la Kopi




ଏଫିସୀୟ 6:14
13 Referans Kwoze  

ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।


କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।


“କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ।


ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍।


ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ।


ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ।


ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା।


ସେମାନେ ଛାତିରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସେମାନଙ୍କର ଡେଣାର ଶବ୍ଦ ଯୁଦ୍ଧକୁ ଦୌଡ଼ୁଥିବା ଅନେକ ଘୋଡ଼ା ଓ ରଥର ଶବ୍ଦ ଭଳି ଥିଲା।


ଧାର୍ମିକତା ମୋର ବସ୍ତ୍ର ନ୍ୟାୟ ମୋର ଗ୍ଭେଗା ଓ ମୋର ପଗଡ଼ି ଥିଲା।


‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍।


ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।


ମୋୟାବୀୟମାନେ ଶୁଣିଲେ ଯେ ରାଜାମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସେମାନେ ସମସ୍ତେ ଏପରିକି ଅତ୍ୟଧିକ ବୃଦ୍ଧମାନେ ମଧ୍ୟ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ଯୁଦ୍ଧ ପାଇଁ ସୀମାନ୍ତରେ ଅପେକ୍ଷା କରି ରହିଲେ।


Swiv nou:

Piblisite


Piblisite