Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:22 - ପବିତ୍ର ବାଇବଲ

22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ପଠାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଆମେ ସବୁ କିପରି ଅଛୁ, ସେ ବିଷୟ ଜଣାଇ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

Gade chapit la Kopi




ଏଫିସୀୟ 6:22
7 Referans Kwoze  

ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି।


ଅତଏବ ଆଥୀନୀରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ୱରଙ୍କ ଲାଗି ମୋ’ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କରନ୍ତି। ତୁମ୍ଭମାନଙ୍କ ବିଶ୍ୱାସରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।


ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।


ପ୍ରଭୁ ଯୀଶୁଙ୍କଠାରେ ମୁଁ ଆଶାକରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭେମାନେ କିପରି ଅଛ ଜାଣି ମୁଁ ଆନନ୍ଦିତ ହେବି।


ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।


Swiv nou:

Piblisite


Piblisite