Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:4 - ପବିତ୍ର ବାଇବଲ

4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍ 180 ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଆପଣା ପ୍ରତାପାନ୍ଵିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ଵର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା।

Gade chapit la Kopi

ଓଡିଆ ବାଇବେଲ

4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

Gade chapit la Kopi




ଏଷ୍ଟର 1:4
25 Referans Kwoze  

ଯଦି ତୁମ୍ଭେ ପରମେଶ୍ୱରଙ୍କ ପରି, ତା'ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ୱରଙ୍କ ସହ ସମକକ୍ଷ, ତା'ହେଲେ ତୁମ୍ଭେ ପରମେଶ୍ୱରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।


“ହେ ପ୍ରଭୁ, ଆମ୍ଭର ପରମେଶ୍ୱର! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।


ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ।


ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’


ତା'ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା।


“ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।


ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।


ତୁମ୍ଭେ ଆପଣା ମହାଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇ ଅଛ। ଆଉ ତୁମ୍ଭର ଏହି ଧନ ସକାଶେ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।


ଏଥିରେ ହିଜକିୟ ଅତିଶୟ ସନ୍ତୁଷ୍ଟ ହୋଇ ନିଜର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିତ ଦ୍ରବ୍ୟ, ବହୁମୂଲ୍ୟ ତୈଳ, ନିଜର ଅସ୍ତ୍ରାଗାର ଓ ଆପଣା ଭଣ୍ଡାର ସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକିୟ ଯାହା ସେମାନଙ୍କୁ ନ ଦେଖାଇଲା ତାହା ତା'ର ଗୃହରେ କିମ୍ବା ସମଗ୍ର ରାଜ୍ୟରେ ନ ଥିଲା।


ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ। ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।


ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି, ଏହା ଯେପରି ଟଳମଳ ହୋଇ ନ ଯାଏ।


ହେ ବୀର, ତୁମ୍ଭର ଖ‌ଡ଼୍‌ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶୋଭା ପାଉ।


ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?


ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ କଲେ। ଇସ୍ରାଏଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ୍ତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇସ୍ରାଏଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।


ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ୟ ଓ ମାଦିୟା ଦେଶର ବିକ୍ରମି ଲୋକମାନେ ଏବଂ କୁଳୀନ ଓ ପ୍ରଦେଶାଧିପତିମାନେ ତାଙ୍କର ସାକ୍ଷାତରେ ଉପସ୍ଥିତ ହେଲେ।


ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ୟଗଣ୍ୟ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶ‌ନ୍‌ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନରେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଗ୍ଭଲିଲା।


Swiv nou:

Piblisite


Piblisite