Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:15 - ପବିତ୍ର ବାଇବଲ

15 ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲା, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାକୁ ଅନୁଗ୍ରହ କଲେ।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।

Gade chapit la Kopi




ଏଷ୍ଟର 2:15
10 Referans Kwoze  

ମାତ୍ର ମୋ’ କପୋତୀ, ମୋର ନିପୁଣାଟି ଅଦ୍ୱିତୀୟା। ସେ ଆପଣା ମାତାର ଏକମାତ୍ର। ସେ ଜଣଙ୍କର ପ୍ରିୟ ଯିଏ ତାକୁ ଗର୍ଭଧାରଣ କଲେ। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ। ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।


ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।


ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରିଦେଲେ।


ତା'ପରେ, ଅବୀହେଲିୟର କନ୍ୟା ରାଣୀ ଏଷ୍ଟର ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍ ଦିନ ବିଷୟରେ ସୁନିଶ୍ଚିତ କରିବା ପାଇଁ ସେମାନଙ୍କର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ୱିତୀୟ ପତ୍ର ଲେଖିଲେ।


ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁରେ ଦୁର୍ଗସ୍ୱରୂପ। ସେହି ସମୟରେ ସେ ମୋତେ ଜଣକ ପରି ବିବେଚନା କଲା, ଯିଏ ତୃପ୍ତି ଆଣେ।


ରାଜାଙ୍କର ନପୁଂସକ ଶା‌‌‌‌ଶ୍‌‌ଗସର ତତ୍ତ୍ୱାବଧାନରେ ଜଣେ କନ୍ୟା ସନ୍ଧ୍ୟା ସମୟରେ ଦ୍ୱିତୀୟ ହରେମଙ୍କ ନିକଟକୁ ଯିବ ଓ ସକାଳରେ ଫେରି ଆସିବ। ଶା‌‌‌‌ଶ୍‌‌ଗସ ରାଜାଙ୍କର ତତ୍ତ୍ୱାବଧାରକ ଥିଲା।


ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେ‌ତ୍‌ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।


ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମ‌ନ୍‌ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା।


ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


Swiv nou:

Piblisite


Piblisite