Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:18 - ପବିତ୍ର ବାଇବଲ

18 ଏହା ପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶରେ ଛୁଟି କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରର ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର କର-ମୋଚନ କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।

Gade chapit la Kopi




ଏଷ୍ଟର 2:18
14 Referans Kwoze  

ତା'ପରେ ଦୂତ ମୋତେ କହିଲେ, “ଏହା ଲେଖ: ମେଷଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ୟକ୍ତିମାନେ ଧନ୍ୟ!” ସେ ଦୂତ ପୁଣି କହିଲେ, “ପରମେଶ୍ୱରଙ୍କର ବାକ୍ୟ ସତ୍ୟ ଅଟେ।”


ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।


“ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ।


ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।


ହେ ମୋର ଭଗିନୀ, ମୋହର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି। ମୁଁ ମହୁ ଫେଣାରୁ ମୋର ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁ‌ଗ୍‌ଧପାନ କରିଅଛି। ଆସ ପରସ୍ପର ସହିତ ଆମୋଦ କରିବା। ଆସ ପ୍ରେମରେ ମତ୍ତ ହୋଇଯିବା। ହେ ବନ୍ଧୁଗଣ, ଭୋଜନ କର, ହେ ପ୍ରିୟତମଗଣ ପାନ କର। ହଁ, ଯଥେଷ୍ଟ ପ୍ରେମକୁ ପାନ କର।


ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ। ତାହାଙ୍କ ବିବାହ ଦିନରେ ଓ ତାହାଙ୍କ ମନର ଆନନ୍ଦ ଦିନରେ ତାହାଙ୍କ ମାତା ତାହାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି


ସେ ଆଦେଶ ଦେଲେ ଯେ, ସେମାନେ ସେହି ଦିନଗୁଡ଼ିକ ପାଳନ କରିବେ, ଯେତେବେଳେ ସେମାନେ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତ ପାଇଲେ ଏବଂ ସେମାନଙ୍କର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବରେ ବଦଳି ଗଲା, ଯେହେତୁ ଭୋଜିର ଦିନ, ଆନନ୍ଦର ଦିନରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରତ୍ୟେକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।


ସେମାନେ ନାନାପ୍ରକାର ସୁବର୍ଣ୍ଣପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।


ଏହିପରି ଭାବରେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇଲେ। “ତୁମ୍ଭେ ସମସ୍ତେ ନୀରବ ହୁଅ, କାରଣ ଆଜି ପବିତ୍ର ଦିନ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ।”


ତୁମ୍ଭର ଗ୍ଭକରମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ ସତ କହିବେ। ମୋର ଯୁବକ ଲୋକମାନଙ୍କୁ ଦୟାକର। ଆମ୍ଭେମାନେ ଏହି ଖୁସୀ ସମୟରେ ତୁମ୍ଭ ପାଖକୁ ଆସିଛୁ। ବିନୟ କରୁଅଛୁ ତୁମ୍ଭେ ଯାହାପାର ଏମାନଙ୍କୁ ଦିଅ। ଦୟାକରି ତୁମ୍ଭେ ତୁମ୍ଭର ସାଙ୍ଗ ଦାଉଦ ପାଇଁ ଏହା କର।”


ତେଣୁ ଲାବନ ସେଠାକାର ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ।


କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି।


Swiv nou:

Piblisite


Piblisite