Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:11 - ପବିତ୍ର ବାଇବଲ

11 ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ହାମନ୍ ଆପଣା ଧନ ଓ ଐଶ୍ଵର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।

Gade chapit la Kopi




ଏଷ୍ଟର 5:11
19 Referans Kwoze  

ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା।


ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।


ଦିନେ ଯାକୁବ, ଲାବନ ଓ ତା'ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।”


ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ।


ଅଶୂର ନିଜକୁ ନିଜେ କହିହୁଏ, ‘ମୋର ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।


ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।


ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍ 180 ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା।


ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।


ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି। ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।


Swiv nou:

Piblisite


Piblisite