Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:11 - ପବିତ୍ର ବାଇବଲ

11 ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ଵ ନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ଵିତ କଲା ଓ ଅଶ୍ଵାରୋହଣ କରାଇ ନଗରର ଦାଣ୍ତରେ ବୁଲାଇଲା, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲା।

Gade chapit la Kopi

ଓଡିଆ ବାଇବେଲ

11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।

Gade chapit la Kopi




ଏଷ୍ଟର 6:11
9 Referans Kwoze  

ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।


ଶୁଣ! ତୁମ୍ଭ ମଧ୍ୟରେ ଶୟତାନର ଗୋଟିଏ ଦଳ ଅଛି। ସେମାନେ ନିଜକୁ ଯିହୂଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ସେମାନେ ମିଥ୍ୟାବାଦୀ। ସେମାନେ ବାସ୍ତବରେ ଯିହୂଦୀ ନୁହନ୍ତି। ମୁଁ ସେ ଲୋକମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବି ଓ ତୁମ୍ଭ ପାଦ ତଳେ ସେମାନଙ୍କର ମୁଣ୍ଡ ନୁଆଁଇବି। ତେବେ ସେମାନେ ଜାଣିବେ ଯେ, ମୁଁ ତୁମ୍ଭକୁ ପ୍ରେମ କରିଛି।


ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ।


ପ୍ରଦେଶ ଅଧିପତି ଓ କ୍ଷିତିପାଳ, ଶାସନକର୍ତ୍ତା ଓ ରାଜକର୍ମଗ୍ଭରୀମାନେ ଯିହୁଦୀୟମାନଙ୍କୁ ସାହାଯ୍ୟ କଲେ। କାରଣ ସେମାନେ ମର୍ଦ୍ଦଖୟକୁ ଭୟ କରୁଥିଲେ।


ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ତହିଁରେ ଦାରିୟାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ।


ଏଥିରେ ରାଜା ହାମ‌ନ୍‌କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।”


ଏହା ପରେ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲା। ମାତ୍ର ହାମନ୍ ଶୋକାକୁଳ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।


ଯିଏ କି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ। ପୁଣି ଯେ ଆପଣା ପ୍ରଭୁ ପ୍ରତି ଅନୁଯୋଗୀ ଥାଏ, ସେ ସମ୍ମାନ ପାଏ।


Swiv nou:

Piblisite


Piblisite