Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:4 - ପବିତ୍ର ବାଇବଲ

4 ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ରାଜା ପଚାରିଲା, ପ୍ରାଙ୍ଗଣରେ କିଏ କିଛି? ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟକୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲା।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।

Gade chapit la Kopi




ଏଷ୍ଟର 6:4
12 Referans Kwoze  

ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତା'ର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।” ଏହା ହାମ‌ନ୍‌କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।


“ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’ ସେମାନଙ୍କ ଏପରି କଥାକୁ ପରିହାସ କରିବେ।


ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।


ପରମେଶ୍ୱର ଚତୁର ଲୋକମାନଙ୍କୁ ମଧ୍ୟ ତାଙ୍କ ଫାନ୍ଦରେ ଧରନ୍ତି, ସେମାନଙ୍କର ଚତୁର ଯୋଜନା ସଫଳ କରାନ୍ତି ନାହିଁ।


ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମା‌ନ୍‌ର ଗୃହରେ ସ୍ଥାପିତ ହୋଇଅଛି।” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”


ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?” ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”


ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।” ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।”


Swiv nou:

Piblisite


Piblisite