Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:1 - ପବିତ୍ର ବାଇବଲ

1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମ‌ନ୍‌ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ଦିନ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲା।

Gade chapit la Kopi

ଓଡିଆ ବାଇବେଲ

1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍‍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।

Gade chapit la Kopi




ଏଷ୍ଟର 8:1
12 Referans Kwoze  

ମର୍ଦ୍ଦଖୟ ଆପଣା ମାମୁଁ କନ୍ୟା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା, କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନେହମୟୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖୟ ତାହାକୁ ନିଜର କନ୍ୟାରୂପେ ଗ୍ରହଣ କରିଥିଲା।


ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ।


ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।


“କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’


ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।” ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।


ଯେଉଁମାନେ ସୁଧ ଓ ବୁଦ୍ଧିଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସେମାନେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚୟ କରନ୍ତି।


ଏହି ସମୟରେ କର୍ଶନା, ଶେଥର, ଅ‌‌‌‌‌ଦ୍‌‌‌‌‌ମାଥା, ‌ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା।


Swiv nou:

Piblisite


Piblisite