Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:13 - ପବିତ୍ର ବାଇବଲ

13 ଏଷ୍ଟର କହିଲେ, “ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡ଼ୁଛି, ତେବେ ଆଜି ପରି କାଲି ମଧ୍ୟ ଶୂଶ‌ନ୍‌ରେ ହେଉ। ଏବଂ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଯା’ନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ଏଷ୍ଟର କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”

Gade chapit la Kopi




ଏଷ୍ଟର 9:13
7 Referans Kwoze  

ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।


କିନ୍ତୁ ତା'ର ମୃତ ଶରୀରକୁ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନୁହଁ। ତା'ର ମୃତ ଶରୀରକୁ ସେହି ଏକା ଦିନରେ କବର ଦିଆଯିବା ଉଚିତ୍। କାରଣ, କେହି ବ୍ୟକ୍ତି ଗଛରେ ଝୁଲା ହୋଇ ରହିଲେ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଗ୍ରସ୍ତ ହୁଏ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଭୂମି ଦେଇଛନ୍ତି ତୁମ୍ଭେ ତାହାକୁ ଅଶୁଚି କର ନାହିଁ।


ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ୟବସ୍ଥାର ଅଭିଶାପରୁ ମୁକ୍ତକଲେ। ଶାସ୍ତ୍ର କୁହେ: “ଯେଉଁ ଲୋକର ଶରୀରକୁ ଗଛରେ ଟାଙ୍ଗି ଦିଆ ଯାଏ, ସେ ଲୋକଟି ଅଭିଶାପଗ୍ରସ୍ତ।”


ଯିହୁଦୀୟମାନେ ଚତୁର୍ଦ୍ଦଶ ଦିନରେ ମଧ୍ୟ ସେଠାରେ ଏକତ୍ରିତ ହେଲେ। ଅଦର ମାସରେ ସେମାନେ ଶୂଶ‌ନ୍‌ରେ 300 ଲୋକଙ୍କୁ ହତ୍ୟା କଲେ। କିନ୍ତୁ ସେମାନେ ସେମାନଙ୍କର ଦ୍ରବ୍ୟ ଲୁଣ୍ଠନ କଲେ ନାହିଁ।


ସେମାନଙ୍କୁ ରାଜା ଗିବିୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ। ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣ ଯାକ ଏକା ବେଳେ ମାରା ପଡ଼ିଲେ। ସେମାନେ ପ୍ରଥମ ଶସ୍ୟଛେଦନ ସମୟରେ ଅର୍ଥାତ୍ ଯବ ଛେଦନର ଆରମ୍ଭ ସମୟରେ ହତ ହେଲେ।


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହୁଅନ୍ତୁ। ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲଙ୍କର ଗିବିୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ତା'ପରେ ରାଜା କହିଲେ, “ସେହିପରି ହେଉ!” ଏବଂ ଶୂଶ‌ନ୍‌ରେ ଏହି ଆଦେଶ ଦିଆଗଲା। ଏବଂ ସେମାନେ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଇ ଦେଲେ।


Swiv nou:

Piblisite


Piblisite