Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:15 - ପବିତ୍ର ବାଇବଲ

15 ଯିହୁଦୀୟମାନେ ଚତୁର୍ଦ୍ଦଶ ଦିନରେ ମଧ୍ୟ ସେଠାରେ ଏକତ୍ରିତ ହେଲେ। ଅଦର ମାସରେ ସେମାନେ ଶୂଶ‌ନ୍‌ରେ 300 ଲୋକଙ୍କୁ ହତ୍ୟା କଲେ। କିନ୍ତୁ ସେମାନେ ସେମାନଙ୍କର ଦ୍ରବ୍ୟ ଲୁଣ୍ଠନ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।

Gade chapit la Kopi




ଏଷ୍ଟର 9:15
10 Referans Kwoze  

ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମ‌ନ୍‌ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ। ମାତ୍ର ଲୁଟ କରିବାକୁ ସେମାନେ ଇଚ୍ଛା କଲେ ନାହିଁ।


ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।


ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି: “ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ; ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।”


ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।


ସେହି ସମୟରେ, ଅନ୍ୟ ପ୍ରଦେଶରେ ବାସ କରୁଥିବା ଯିହୁଦୀମାନେ ନିଜକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଏକତ୍ରିତ ହେଲେ। ଏହିପରି ଭାବରେ ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ଜୟ କରି ପାରିଲେ। ଯିହୁଦୀୟମାନେ ସେମାନଙ୍କର 75,000 ଶତ୍ରୁମାନଙ୍କୁ ହତ୍ୟା କଲେ। କିନ୍ତୁ ଯିହୁଦୀୟମାନେ ସେମାନଙ୍କର ଧନ ଲୁଣ୍ଠନ କଲେ ନାହିଁ।


ଏଷ୍ଟର କହିଲେ, “ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡ଼ୁଛି, ତେବେ ଆଜି ପରି କାଲି ମଧ୍ୟ ଶୂଶ‌ନ୍‌ରେ ହେଉ। ଏବଂ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଯା’ନ୍ତୁ।”


ସେହି ସମୟରେ, ରାଜା ଅକ୍ଷଶ୍ୱେରଶଙ୍କର ରାଜ୍ୟର ସମସ୍ତ ନଗରରେ ଯିହୁଦୀୟମାନେ ସେମାନଙ୍କୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକତ୍ରିତ ହେଲେ। ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇପାରିଲେ ନାହିଁ, କାରଣ ସମୁଦାୟ ଲୋକେ ସେମାନଙ୍କୁ ଭୟ କରୁଥିଲେ।


ତେଣୁ ରାଜା ରାଣୀ ଏଷ୍ଟରଙ୍କୁ କହିଲେ, “ଯିହୁଦୀୟମାନେ 500 ଲୋକଙ୍କୁ ଶୂଶ‌ନ୍‌ରେ ହତ୍ୟା କରିଛନ୍ତି, ସେମାନଙ୍କ ମଧ୍ୟରେ ହାମ‌ନ୍‌ର ଦଶପୁତ୍ର ଅନ୍ତର୍ଭୁକ୍ତ। ସେମାନେ ଅନ୍ୟ ପ୍ରଦେଶରେ ଯାହା କରିଛନ୍ତି ଟିକେ ଚିନ୍ତା କର! ବର୍ତ୍ତମାନ ମୋତେ କ’ଣ କରିବାକୁ ହେବ ବୋଲି ତୁମ୍ଭେମାନେ ଗ୍ଭହୁଁଛ? ମୋତେ କୁହ ଏବଂ ମୁଁ ତାହା କରିବି।”


ତା'ପରେ ରାଜା କହିଲେ, “ସେହିପରି ହେଉ!” ଏବଂ ଶୂଶ‌ନ୍‌ରେ ଏହି ଆଦେଶ ଦିଆଗଲା। ଏବଂ ସେମାନେ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଇ ଦେଲେ।


Swiv nou:

Piblisite


Piblisite