Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:12 - ପବିତ୍ର ବାଇବଲ

12 ସଦାପ୍ରଭୁ ମୋଶାଙ୍କୁ କହିଲେ, “ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶରରେ ମାଡ଼ିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହା ସବୁ ସେମାନେ ଖାଇଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”

Gade chapit la Kopi




ଯାତ୍ରା ପୁସ୍ତକ 10:12
6 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା'ର ଆଶାବାଡ଼ିକୁ ହାତରେ ଧରି ଏବଂ ଜଳଧାରଗୁଡ଼ିକୁ ଯଥା ନଦୀ, ହ୍ରଦ ଓ କେନାଲ ଯେଉଁଠାରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତେବେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ରରେ ଥିବା ଜଳସବୁ ରକ୍ତରେ ପରିଣତ ହେଲା।”


ଓ ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।


ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହୋଇଗଲା। ପଥର ବର୍ଷାରେ ଯାହାସବୁ ନଷ୍ଟ ହୋଇ ନ ଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶରରେ କୌଣସି ବୃକ୍ଷରେ ଆଉ ପତ୍ର ରହିଲା ନାହିଁ।


ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ, ସେମାନେ ଅସଂଖ୍ୟ ଥିଲେ।


ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।


Swiv nou:

Piblisite


Piblisite