Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:15 - ପବିତ୍ର ବାଇବଲ

15 ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା'ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ିମିଶ୍ରିତ ରୋଟୀ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 12:15
28 Referans Kwoze  

ତୁମ୍ଭେମାନେ ଏହି ପର୍ବରେ ଖମୀର ଭୋଜନ କରିବା ଉଚିତ୍ ନୁହଁ। ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ‘ତାଡ଼ି ଶୂନ୍ୟ ରୋଟୀ’ ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହୋଇ ତୁମ୍ଭେମାନେ ମିଶର ଦେଶ ପରିତ୍ୟାଗ କଲ। ଏହିପରି ଭାବରେ ତୁମ୍ଭ ଜୀବନ ସାରା ମିଶର ଦେଶରୁ ଆସିଥିବା କଥା ମନେ ରଖିବ।


ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”


ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ।


“ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦେଇଅଛୁ। ସେହିରୂପେ ତୁମ୍ଭେମାନେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ। କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିଶର ଦେଶରୁ ବାହାର ହୋଇ ଆସିଥିଲ।


ପ୍ରଥମ ଉତ୍ସବଟି ତାଡ଼ିଶୂନ୍ୟ ରୋଟୀର ଉତ୍ସବ। ଏହା ମୋର ଆଜ୍ଞାନୁସାରେ ପାଳନ କରିବ। ଏହିପରି ତୁମ୍ଭେମାନେ ସାତ ଦିନ ଯାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭେମାନେ ଆବୀବ୍ ମାସରେ ପାଳନ କରିବ। କାରଣ ଏହି ମାସରେ ତୁମ୍ଭେମାନେ ମିଶରରୁ ମୁକ୍ତ ହୋଇଥିଲ। ପ୍ରତ୍ୟେକ ଲୋକ ମୋତେ ନୈବେଦ୍ୟ ଉତ୍ସର୍ଗ କରିବ।


ତୁମ୍ଭେମାନେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ। ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।


ପୁଣି ସେହି ମାସର ପଞ୍ଚଦଶ ଦିବସରେ ଉତ୍ସବ ହେବା ଉଚିତ୍; ଏହା ସାତ ଦିନ ଯାଏ ପାଳିତ ହେବା ଉଚିତ୍ ଓ ଏହି ସାତ ଦିନ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବା ଉଚିତ୍।


ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିଯୁକ୍ତ ଦ୍ରବ୍ୟ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ। “ଏହି ସମୟରେ ନିସ୍ତାରପର୍ବ ଉତ୍ସବର ବଳି ଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


“ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦ‌ଗ୍‌ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।


ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?


ଯିହୂଦୀମାନଙ୍କୁ ଏ ଘଟଣାରେ ଖୁସୀ ହେବାର ଦେଖି ପିତରଙ୍କୁ ମଧ୍ୟ ବନ୍ଦୀ କରିବା ପାଇଁ ଆଗେଇଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।


ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।


ତା'ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।


ସଦାପ୍ରଭୁ ଯାକୁବ ପରିବାରରୁ ସେହି ଲୋକମାନଙ୍କୁ ବିତାଡ଼ିତ କରିବେ। ସେହି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭେଟି ଅର୍ପଣ କରନ୍ତି, ତାହା କିଛି ଫଳ ହେବ ନାହିଁ ଏବଂ ସଦାପ୍ରଭୁ କେବେହେଲେ ସନ୍ତୁଷ୍ଟ ହେବେ ନାହିଁ।


“ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦେବେ ତହିଁର କୌଣସି ନଗର ମଧ୍ୟରେ ତୁମ୍ଭେମାନେ ନିସ୍ତାରପର୍ବୀୟ ବଳି ଉତ୍ସର୍ଗ କରିବା ଉଚିତ୍ ନୁହେଁ।


କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତରେ ହିଁ ଥାଏ। ଏଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭେମାନେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତା'ର ପ୍ରାଣ। ଯେକେହି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।


“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।


“‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କେହି ଏହାକୁ ଅପବିତ୍ର କରେ ତେବେ ସେ ମୃତ୍ୟୁବରଣ କରିବା ଉଚିତ୍। ଯଦି କେହି ସେଦିନ କାର୍ଯ୍ୟ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହେବା ଉଚିତ୍।


ପର୍ବ ଦିନତକ ଶେଷ ହୋଇଯିବା ପରେ ସେମାନେ ଘରକୁ ଫେରୁଥିଲେ। କିନ୍ତୁ ବାଳକ ଯୀଶୁ ଯିରୁଶାଲମରେ ରହିଗଲେ। ତାହାଙ୍କ ବାପାମା ଏ କଥା ଜାଣି ନ ଥିଲେ।


ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅଯୋଗ୍ୟ ବ୍ୟକ୍ତିକୁ ଦିଆଯାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାଯିବ।”


ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।


ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ।


ଯଦି କେହି ଆପଣା ଘ୍ରାଣାର୍ଥେ ସେହିପରି ସୁଗନ୍ଧି ଧୂପ ପ୍ରସ୍ତୁତ କରିବ। ତେବେ ସେ ଆପଣା ଲୋକମାନଙ୍କଠାରୁ ଉଚ୍ଛିନ୍ନ ହେବ।”


Swiv nou:

Piblisite


Piblisite