Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:33 - ପବିତ୍ର ବାଇବଲ

33 ମିଶରର ଲୋକମାନେ ସେମାନଙ୍କୁ ଶୀଘ୍ର ଶୀଘ୍ର ବିଦାୟ କଲେ। କାରଣ, ସେମାନେ କହିଲେ, “ଯଦି ତୁମ୍ଭେମାନେ ନ ଯାଅ, ଆମ୍ଭେ ସମସ୍ତେ ମରିଯିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, ଆମ୍ଭେ ସମସ୍ତେ ମୃତକଳ୍ପ।

Gade chapit la Kopi

ଓଡିଆ ବାଇବେଲ

33 ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”

Gade chapit la Kopi




ଯାତ୍ରା ପୁସ୍ତକ 12:33
9 Referans Kwoze  

ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ। କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧରେ ଆଣିବା। ଏହା ପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦେବ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡ଼ି ଦେବ।


କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ’ଣ କରିବି। ମୋର ମହାନ ଶକ୍ତି ତାଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ ଏବଂ ସେ ମୋର ଲୋକମାନଙ୍କୁ ଯିବାକୁ ଦେବ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ୟ କରିବ ତାଙ୍କର ଦେଶ ଛାଡ଼ି ଯିବା ପାଇଁ?”


ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?”


ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।


ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।


ରାଜା ଆଜ୍ଞା କଲାବେଳେ ଅତ୍ୟନ୍ତ କ୍ରୋଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶୟ ଉତ୍ତପ୍ତ କରା ଯାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋକୁ ଫିଙ୍ଗିବାକୁ ଯାଇଥିବା ସୈନ୍ୟମାନେ ଅଗ୍ନିଶିଖା ଦ୍ୱାରା ପୋଡ଼ି ମଲେ।


Swiv nou:

Piblisite


Piblisite