Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:39 - ପବିତ୍ର ବାଇବଲ

39 ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଅନନ୍ତର ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ପିଷ୍ଟକ ପ୍ରସ୍ତୁତ କଲେ; କାରଣ ତାହା ତାଡ଼ିମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ଵ କରି ନ ପାରିବାରୁ ଆପଣାମାନଙ୍କ ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

39 ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 12:39
5 Referans Kwoze  

ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧରେ ଆଣିବା। ଏହା ପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦେବ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡ଼ି ଦେବ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ’ଣ କରିବି। ମୋର ମହାନ ଶକ୍ତି ତାଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ ଏବଂ ସେ ମୋର ଲୋକମାନଙ୍କୁ ଯିବାକୁ ଦେବ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ୟ କରିବ ତାଙ୍କର ଦେଶ ଛାଡ଼ି ଯିବା ପାଇଁ?”


ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”


ଇସ୍ରାଏଲର ଲୋକମାନେ ତାଙ୍କ ଅଟାରେ ତାଡ଼ି ମିଶାଇବାକୁ ସମୟ ପାଇ ନ ଥିଲେ। ସେମାନେ ଅଟା ନେଇ ପଳାଇଲେ। ସେମାନେ ସେମାନଙ୍କର ପାତ୍ରଗୁଡ଼ିକ ଲୁଗାରେ ଗୁଡ଼ାଇଲେ ଏବଂ ସେମାନଙ୍କର କାନ୍ଧରେ ବହିଲେ।


Swiv nou:

Piblisite


Piblisite