Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:9 - ପବିତ୍ର ବାଇବଲ

9 ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ସେହି ମାଂସ ଅପକ୍ଵ କିମ୍ଵା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ତ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 12:9
7 Referans Kwoze  

“ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦ‌ଗ୍‌ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।


ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ।


ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।


ତା'ପରେ ତା'ର ଭିତରର ମେଦ, କଲିଜାର ମେଦ ଅଂଶ, ଯକୃତ ଏବଂ ଗ୍ଭରିପଟେ ଥିବା ମେଦକୁ ଯଜ୍ଞବେଦିରେ ଦ‌ଗ୍‌ଧ କର।


ଏହା ପରେ ଅଣ୍ଡିରା ମେଷକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ଼ ଧୌତ କରି ତାହା ସବୁ ସେହି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ଲେବୀୟମାନଙ୍କୁ ଯେପ୍ରକାର ଆଦେଶ ଦିଆଯାଇଥିଲା, ସେମାନେ ସେହି ପ୍ରକାରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସେମାନେ ହାଣ୍ଡି, କେ‌ଟ୍‌ଲି ଓ କରେଇରେ ପବିତ୍ର ନୈବେଦ୍ୟଗୁଡ଼ିକୁ ସିଦ୍ଧ କଲେ। ଏହା ପରେ ସେମାନେ ଶୀଘ୍ର ସେହି ମାଂସକୁ ଲୋକମାନଙ୍କୁ ଦେଲେ।


Swiv nou:

Piblisite


Piblisite