Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:11 - ପବିତ୍ର ବାଇବଲ

11 “ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ସେହି ଦେଶକୁ ନେଇଯିବେ, ଯେହେତୁ ସେ ପ୍ରତିଜ୍ଞା କରିଛନ୍ତି। ବର୍ତ୍ତମାନ ସେଠାରେ କିଣାନୀୟମାନେ ବାସ କରୁଛନ୍ତି। କିନ୍ତୁ ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ସେ ତୁମ୍ଭମାନଙ୍କୁ ସେହି ଦେଶ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ,

Gade chapit la Kopi

ଓଡିଆ ବାଇବେଲ

11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ;

Gade chapit la Kopi




ଯାତ୍ରା ପୁସ୍ତକ 13:11
7 Referans Kwoze  

ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶରେ ଅସ୍ଥାୟୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହେବ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦେବି ଏବଂ ମୁଁ ସେମାନଙ୍କର ପରମେଶ୍ୱର ହେବି।”


“ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”


ମନେରଖ, ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବ, ତୁମ୍ଭର ସେବକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, ‘ଆକାଶରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହେବ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦେବି। ସେହି ଭୂମି ଅନନ୍ତକାଳ ତୁମ୍ଭମାନଙ୍କର ହେବ।”’


କ’ଣ ସେମାନେ ସମସ୍ତେ ମୋ'ଠାରୁ ଜନ୍ମ ହୋଇଛନ୍ତି? ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ପ୍ରତିଜ୍ଞା କରିଥିଲ ମୁଁ ସେମାନଙ୍କୁ ଶିଶୁ ପରି କ’ଣ ବୋହି ନେବି?


ପରମେଶ୍ୱର ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।


Swiv nou:

Piblisite


Piblisite