Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:3 - ପବିତ୍ର ବାଇବଲ

3 ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’

Gade chapit la Kopi




ଯାତ୍ରା ପୁସ୍ତକ 14:3
15 Referans Kwoze  

ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ସେହି ଜଣକ ନୁହଁ କି, ଯାହାକୁ ମୁଁ ମୋ’ ସେବକ ମାଧ୍ୟମରେ ବହୁ ସମୟ ଆଗରୁ କହିଥିଲି, ଇସ୍ରାଏଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷୟରେ ଭବିଷ୍ୟ‌ଦ୍‌ବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବି।”


ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ, ମୁଁ କ’ଣ କହିବାକୁ ଯାଉଛି।


ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।


ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ୱର ତାଙ୍କୁ ପରିତ୍ୟାଗ କରିଛନ୍ତି। ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”


ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା


ଦାଉଦ ଯେଉଁ ଯେଉଁ ସ୍ଥାନରେ ଲୁଚେ ସେହି ସେହି ସ୍ଥାନ ଖୋଜ ଏବଂ ମୋ’ ପାଖରେ ଆସି ସମସ୍ତ ବିଷୟରେ ଜଣାଅ। ତା'ପରେ ମୁଁ ତୁମ୍ଭ ସହିତ ଯିବି। ଯଦି ଦାଉଦ ଏହି ଅଞ୍ଚଳରେ ଥାଏ, ମୁଁ ତାଙ୍କୁ ଖୋଜି ବାହାର କରିବି। ଏପରିକି ମୁଁ ତାକୁ ଯିହୁଦାର ପ୍ରତ୍ୟେକ ପରିବାରର ଜରିଆରେ ଖୋଜିବି।”


ଲୋକମାନେ ଶାଉଲଙ୍କୁ କହିଲେ ଯେ ବର୍ତ୍ତମାନ ଦାଉଦ କିୟୀଲାରେ ଅଛନ୍ତି। ଶାଉଲ କହିଲେ, “ପରମେଶ୍ୱର ମୋ’ ହସ୍ତରେ ତାକୁ ରକ୍ଷା କରିଅଛନ୍ତି। ସେ ଦ୍ୱାର ଓ ଅର୍ଗଳ ବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ସେ ମଧ୍ୟ ନିଜେ ନିଜେ ଧରା ଦେଇଛି।”


ତା'ପରେ ସେହିସବୁ କ୍ଳେଶ ଓ ଅମଙ୍ଗଳର କାର୍ଯ୍ୟମାନ ସେମାନଙ୍କ ପାଇଁ ଘଟିବ। ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ସେହି ସମୟରେ ସେହି ଲୋକମାନେ ସେହି ଗୀତ ସ୍ମରଣ କରିବେ। ଏହି ଗୀତ ସେମାନଙ୍କ ବିରୁଦ୍ଧରେ ସାକ୍ଷୀରୂପେ କାର୍ଯ୍ୟ କରିବ। ମୁଁ ସେମାନଙ୍କୁ ପ୍ରତିଜ୍ଞା କରିଥିବା ଦେଶକୁ ଆଣିବା ପୂର୍ବରୁ ସେମାନଙ୍କର ପ୍ରକୃତି ଜାଣିଥିଲି।”


କେହି ଜଣେ ଘସୀୟ ଲୋକମାନଙ୍କୁ କହିଲେ ଯେ, “ଶା‌ମ୍‌ଶୋନ୍ ସେହି ସ୍ଥାନକୁ ଯାଇଥିଲେ।” ସେମାନେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବାକୁ ଗ୍ଭହିଁଲେ। ତେଣୁ ସେମାନେ ସେ ସହରକୁ ଘେରି ଗଲେ। ସେମାନେ ରାତ୍ରି ତମାମ ଚୁ‌ପ୍‌ଗ୍ଭପ୍ ନଗର ଫାଟକ ନିକଟରେ ଲୁଚି ରହିଲେ। ସେମାନେ ପରସ୍ପର କୁହାକୁହି ହେଲେ, “ସକାଳ ହେଲେ ଆମେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବା।”


“ଇସ୍ରାଏଲର ଲୋକମାନଙ୍କୁ କୁହ, ସେମାନେ ପୀହହୀରୋତକୁ ଫେରି ଯାଆନ୍ତୁ ଏବଂ ସାମନାରେ ଛାଉଣି ପକାନ୍ତୁ। ସେମାନଙ୍କୁ କୁହ, ସେମାନେ ମି‌ଗ୍‌ଦୋଲ ଓ ସମୁଦ୍ର ମଧ୍ୟରେ ଏବଂ ବା‌ଲ୍‌ସଫୋନ୍ ଆଗରେ ଛାଉଣି ସ୍ଥାପନ କରନ୍ତୁ।


ମୁଁ ଫାରୋଙ୍କୁ ପୁଣି କଠୋର କରିବି ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ୟମାନଙ୍କୁ ପରାସ୍ତ କରିବି। ଏହା ମୋର ସମ୍ମାନ ବଢ଼ାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।” ସେମାନେ ତାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।


Swiv nou:

Piblisite


Piblisite