Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:21 - ପବିତ୍ର ବାଇବଲ

21 ତା'ପରେ ମରିୟମ ଲୋକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ଯେହେତୁ ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଓ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 15:21
17 Referans Kwoze  

ଏହା ପରେ ମୋଶା ଓ ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ, “ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଏବଂ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କଲେ।


ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।


ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ: “ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ; ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ


ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।


ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”


“ହେ, ରାଜଗଣ ଶୁଣ, ହେ ଭୂପତି ଗଣ କର୍ଣ୍ଣ ଡେର। ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ସଦାପ୍ରଭୁଙ୍କର ସଙ୍ଗୀତ ରଚନା କରିବି। ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।


ଏପରି ହେଲା ଯେ, ଯେତେବେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫେରିଲେ। ଇସ୍ରାଏଲର ସମସ୍ତ ନଗରର ସ୍ତ୍ରୀଲୋକମାନେ ରାଜା ଶାଉଲଙ୍କୁ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତୁମ୍ଭୁରା ବଜାଇ ଆନନ୍ଦରେ ନାଚିଲେ ଓ ଗାଇଲେ।


ଗାଥ୍ ସହରକୁ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ଡରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସେହି ପଲେଷ୍ଟୀୟ ନଗରଗୁଡ଼ିକ ଆନନ୍ଦ କରିବେ। ସେହି ନଗରର ଅସଭ୍ୟ ପ୍ରତିମା ପୂଜକଗଣ ଆନନ୍ଦିତ ହେବେ।


ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।


ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ, ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।


ସେ ଫାରୋଙ୍କର ରଥ ଏବଂ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇ ଅଛନ୍ତି।


Swiv nou:

Piblisite


Piblisite