Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:23 - ପବିତ୍ର ବାଇବଲ

23 ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ମୋଶା ସେମାନଙ୍କୁ କହିଲେ, ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।

Gade chapit la Kopi

ଓଡିଆ ବାଇବେଲ

23 ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”

Gade chapit la Kopi




ଯାତ୍ରା ପୁସ୍ତକ 16:23
16 Referans Kwoze  

“ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।


ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ। ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।


“ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ଲୋକମାନେ ଏଣେ ତେଣେ ବୁଲି ମାନ୍ନା ସଂଗ୍ରହ କଲେ, ଚକିରେ ତାକୁ ପେଷିଲେ, କିମ୍ବା କୁଟଣୀରେ ତାହା ଚୂର୍ଣ କରି କରେଇରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳରେ ପକ୍ୱ ପିଠାପରି ତା'ର ସ୍ୱାଦ ହେଲା।


ମୋଶା ସେମାନଙ୍କୁ କହିଲେ, “ଆସନ୍ତା ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।”


‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।


ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସିଲ। ସ୍ୱର୍ଗରୁ ସେମାନଙ୍କ ସହିତ କଥାବାର୍ତ୍ତା କଲ। ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।


ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ବ୍ୟବସ୍ଥା ଆଦେଶ କଲ।


ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।


ଆଉ ସେହି ମାନ୍ନା ଧନିଆ ବୀଜଗୁଡ଼ିକ ସଦୃଶ ହେବ।


Swiv nou:

Piblisite


Piblisite