ଯାତ୍ରା ପୁସ୍ତକ 16:3 - ପବିତ୍ର ବାଇବଲ3 ଲୋକମାନେ କହିଲେ, “ଏହା ବହୁତ ଭଲ ହୋଇଥା’ନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରେ ହତ୍ୟା କରିଥା’ନ୍ତେ। ସେଠାରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ୟକ ପରିମାଣର ଖାଦ୍ୟ ସେଠାରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠାରେ ଆମ୍ଭକୁ ଭୋକରେ ମାରିବାକୁ ଗ୍ଭହଁ କି?” Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ତି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯେବେ ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ତଳୀକି କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ। Gade chapit laଓଡିଆ ବାଇବେଲ3 ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।” Gade chapit la |
ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”
ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”