Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:8 - ପବିତ୍ର ବାଇବଲ

8 ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆହୁରି ମୋଶା କହିଲେ, ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ? ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେତୁମ୍ଭମାନଙ୍କର ବଚସା ହୁଏ।

Gade chapit la Kopi

ଓଡିଆ ବାଇବେଲ

8 ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”

Gade chapit la Kopi




ଯାତ୍ରା ପୁସ୍ତକ 16:8
17 Referans Kwoze  

ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ।


ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି।


ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।


“ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।”


“ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।


ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।


ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ) ଙ୍କ ହାତରେ ମଲେ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋତେ ପଠାଇଥିବା ବ୍ୟକ୍ତିକୁ ଯିଏ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ। ମୋତେ ଯେଉଁ ଲୋକ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”


“ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ।


ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହୋଇଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠରେ ଲଗାମ ଦେବା। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସେହି ବାଟରେ ତୁମ୍ଭେମାନେ ଫେରିଯିବ।””


କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।


“ଆମ୍ଭେ ଇସ୍ରାଏଲର ଅଭିଯୋଗ ଶୁଣିଅଛୁ। ତେଣୁ ସେମାନଙ୍କୁ କୁହ, ‘ଆଜି ରାତିରେ ତୁମ୍ଭେମାନେ ମାଂସ ଭକ୍ଷ୍ୟଣ କରିବ। ଏବଂ ପ୍ରଭାତରେ ତୁମ୍ଭର ଆବଶ୍ୟକ ପରିମାଣର ରୋଟୀ ଖାଇବ। ଏଥିରେ ତୁମ୍ଭେମାନେ ଜାଣି ପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।’”


ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’


ତେଣୁ ଲୋକମାନେ ମୋଶାଙ୍କ ନିକଟକୁ ଗଲେ ଓ ଅଭିଯୋଗ କଲେ। “ଆମ୍ଭକୁ ପିଇବାକୁ ପାଣି ଦିଅ।” ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ କାହିଁକି କଳି କରୁଛ? ତୁମ୍ଭେମାନେ ସଦାପ୍ରଭୁଙ୍କୁ କାହିଁକି ପରୀକ୍ଷା କରୁଛ?”


“ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ।


Swiv nou:

Piblisite


Piblisite