Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:1 - ପବିତ୍ର ବାଇବଲ

1 ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥାପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସୀନ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 17:1
8 Referans Kwoze  

ସେମାନେ ରଫୀଦୀମଠାରୁ ଯାଇ ସୀନୟ ମରୁଭୂମିରେ ପହଞ୍ଚିଲେ ଓ ସେମାନେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣି ସ୍ଥାପନ କଲେ।


ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ।


ରଫୀଦୀମରେ ଅମାଲେକୀୟମାନେ ଆସିଲେ ଓ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।


ସେହି ସ୍ଥାନରେ ଲୋକମାନଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତହୁଁ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ରିତ ହେଲେ।


ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ।


ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତେବେଳେ ଇସ୍ରାଏଲର ଲୋକମାନେ ଯାତ୍ରା କଲେ, ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲର ଲୋକମାନେ ସେହିଠାରେ ଛାଉଣି ସ୍ଥାପନ କଲେ।


ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ। ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।


Swiv nou:

Piblisite


Piblisite