Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:3 - ପବିତ୍ର ବାଇବଲ

3 କିନ୍ତୁ ଲୋକମାନେ ପାଣି ପାଇଁ ଅତି ତୃଷାର୍ତ୍ତ ଥିଲେ। ତେଣୁ ସେମାନେ ମୋଶାଙ୍କୁ ପାଣି ପାଇଁ ଅଭିଯୋଗ କରିବାରୁ ନିବୃତ୍ତ ହେଲେ ନାହିଁ। ଲୋକମାନେ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ମିଶରରୁ ଆଣିଲ? ତୁମ୍ଭେ କ’ଣ ଏଇଥିପାଇଁ ଆଣିଲ ଯେ, ଆମ୍ଭେ ଆମ୍ଭର ପିଲାମାନେ ଓ ଆମ୍ଭର ପଶୁମାନେ ପାଣିବିନା ଏହିଠାରେ ମରିବା ପାଇଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରିକହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ କିହେତୁ ଆଣିଲ?

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”

Gade chapit la Kopi




ଯାତ୍ରା ପୁସ୍ତକ 17:3
9 Referans Kwoze  

ଲୋକମାନେ ମୋଶାଙ୍କ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, “ଆମ୍ଭେ କ’ଣ ପିଇବୁ?”


ସେମାନେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷ, ଛେଳି ଓ ଗୋରୁଗାଈ ସହିତ ଅନେକ ପଶୁ ସେମାନଙ୍କ ସହିତ ଥିଲେ।


ଏମାନଙ୍କ ମଧ୍ୟରୁ ଏହି ଲୋକ ମୋର ମହିମା ଦେଖିଲେ, ପୁଣି ଯେଉଁମାନେ ମିଶରରେ ଓ ମରୁଭୂମିରେ ଚିହ୍ନସ୍ୱରୂପ ମୋର କୃତ କର୍ମ ଦେଖାଇଛନ୍ତି ଏବଂ ଯେଉଁମାନେ ମୋତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମୋ’ ବାକ୍ୟ ରବରେ ଅମନୋଯୋଗୀ ହୋଇଅଛନ୍ତି,


ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଗ୍ଭହୁଁଛ ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏଠାରେ ମରିବୁ?


ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି।


ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ। ସେମାନଙ୍କ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ ଆଜ୍ଞା ଦେଲ, ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।


ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ। ତୁମ୍ଭେ ସେମାନଙ୍କଠାରୁ ତୁମ୍ଭର ମାନ୍ନା ଛଡ଼ାଇ ନେଲ ନାହିଁ। ସେମାନଙ୍କର ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।


ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।


Swiv nou:

Piblisite


Piblisite