Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:19 - ପବିତ୍ର ବାଇବଲ

19 ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ।

Gade chapit la Kopi

ଓଡିଆ ବାଇବେଲ

19 ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।

Gade chapit la Kopi




ଯାତ୍ରା ପୁସ୍ତକ 18:19
15 Referans Kwoze  

ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଇଁ ନିବେଦନ କଲେ।


ସେହି ସମୟରେ, ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ କହିବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କର ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି କାରଣ ତୁମ୍ଭେମାନେ ଅଗ୍ନିକୁ ଭୟ କଲ, ଏବଂ ସେଥିପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଗଲ ନାହିଁ। ତାଙ୍କର ବାକ୍ୟ ଏହିସବୁ,


ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”


ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”


କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ଯଦି ଜ୍ଞାନୀକୁ ଉପଦେଶ ଦେବ ସେ ଆହୁରି ଜ୍ଞାନବାନ ହେବ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ୟକ୍ତିକୁ ଶିକ୍ଷା ଦେବ, ତା'ର ପାଣ୍ଡିତ୍ୟ ବୃଦ୍ଧି ପାଇବ।


ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।”


ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।


ଏହା ପରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।


ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ, “ସେମାନେ ପରମେଶ୍ୱରଙ୍କର ବିଗ୍ଭର ବୁଝିବା ପାଇଁ ମୋ’ ନିକଟକୁ ଆସନ୍ତି।


ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା


ତେଣୁ ତୁମ୍ଭେ ଯାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହୋଇ ବକ୍ତବ୍ୟର କଥା ତୁମ୍ଭକୁ ଶିଖାଇବି।”


ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।


Swiv nou:

Piblisite


Piblisite