Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:2 - ପବିତ୍ର ବାଇବଲ

2 ସେମାନେ ରଫୀଦୀମଠାରୁ ଯାଇ ସୀନୟ ମରୁଭୂମିରେ ପହଞ୍ଚିଲେ ଓ ସେମାନେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ରଫୀଦୀମଠାରୁଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

2 ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:2
10 Referans Kwoze  

ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥାପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା।


ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।


ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”


ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ, ମୋଶାଙ୍କର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସେହି ସମୟରେ ମୋଶା ପରମେଶ୍ୱରଙ୍କର ପର୍ବତ ନିକଟରେ ଛାଉଣି ପକାଇଥିଲେ।


ରଫୀଦୀମରେ ଅମାଲେକୀୟମାନେ ଆସିଲେ ଓ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।


ଏହି ସତ୍ୟ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠାରେ ହୋଇଥିଲା। ଏହି ଚୁକ୍ତି ଉଦ୍ଦେଶ୍ୟରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସେମାନେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂଯୁକ୍ତ।


ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।


“ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ।


ସେମାନେ ରଫୀଦୀମରୁ ଯାତ୍ରା କଲେ ଓ ସୀନୟ ମରୁଭୂମିରେ ଛାଉଣି ସ୍ଥାପନ କଲେ।


ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସ ପ୍ରଥମ ଦିନରେ ଇସ୍ରାଏଲର ଲୋକମାନେ ମିଶର ଛାଡ଼ିଲାପରେ, ସଦାପ୍ରଭୁ ସୀନୟ ମରୁଭୂମିରେ ସମାଗମ-ତମ୍ବୁ ମଧ୍ୟରେ ମେଶାଙ୍କୁ କହିଲେ,


Swiv nou:

Piblisite


Piblisite