Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:22 - ପବିତ୍ର ବାଇବଲ

22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ହିଁ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”

Gade chapit la Kopi




ଯାତ୍ରା ପୁସ୍ତକ 19:22
17 Referans Kwoze  

ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।


ସେ ସ୍ତ୍ରୀଲୋକଟି ମଧ୍ୟ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ଯୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନେଇଗଲେ ଓ ତାହାର ସ୍ୱାମୀ ପାଖରେ ତାହାକୁ କବର ଦେଲେ।


ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ।


ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ।


ଏହା ପରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶତମ ଦିନରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କଲେ। ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହେଲେ। ସେମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହୋମବଳି ଉପହାର ଆଣିଲେ।


ସେମାନେ ନିୟମିତ ସମୟରେ ନିସ୍ତାରପର୍ବର ଉତ୍ସବ ପାଳନ କରି ପାରିଲେ ନାହିଁ। କାରଣ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ଯଥେଷ୍ଟ ସଂଖ୍ୟକ ଯାଜକ ନିଜକୁ ପ୍ରସ୍ତୁତ କରିପାରି ନ ଥିଲେ। ଆଉ ଗୋଟିଏ କାରଣ ଥିଲା, ଲୋକମାନେ ଯିରୁଶାଲମରେ ଏକତ୍ରିତ ହୋଇ ନ ଥିଲେ।


ନିୟମସିନ୍ଦୁକକୁ କିପରି ବହି ନେବାକୁ ହେବ, ତାହା କ’ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଗ୍ଭରି ନ ଥିଲୁ? ତୁମ୍ଭେ କ’ଣ ଲେବୀୟମାନେ ତାହାକୁ ବହନ କରି ନ ଥିଲ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।”


ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”


ସେମାନେ ନିଶ୍ଚୟ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ପବିତ୍ର ହେବେ। ସେମାନେ ସେମାନଙ୍କର ପରମେଶ୍ୱରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସେମାନେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ୱରଙ୍କ ଖାଦ୍ୟ ସେମାନେ ଦିଅନ୍ତି। ତେଣୁ ସେମାନେ ନିଶ୍ଚୟ ପବିତ୍ର ହେବା ଉଚିତ୍।


“ଲୋକମାନଙ୍କୁ କୁହ, କାଲି ପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭେମାନେ ମାଂସ ଖାଇବ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚରରେ କହିଅଛ, ‘କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଂ ମିଶର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!’ ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦେବେ।


Swiv nou:

Piblisite


Piblisite