Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:4 - ପବିତ୍ର ବାଇବଲ

4 ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିରୂପେ ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।

Gade chapit la Kopi




ଯାତ୍ରା ପୁସ୍ତକ 19:4
15 Referans Kwoze  

ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।


କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ।


ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ।


କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ।


ସଦାପ୍ରଭୁ କୁହନ୍ତି, “‘ତୁମ୍ଭେମାନେ ମିଶର ପରିତ୍ୟାଗ କଲାବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ଚୁକ୍ତି କରିଥିଲୁ। ଆମ୍ଭେ ଆପଣା ପ୍ରତିଜ୍ଞା ରକ୍ଷା କରିଅଛୁ। ଆମ୍ଭର ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଛି। ତେଣୁ ଭୟ କର ନାହିଁ।’


ପରମେଶ୍ୱର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ୍ଭ ମଧ୍ୟରୁ କେହି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭେମାନେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ୱସ୍ତ? କାହିଁକି ପରମେଶ୍ୱର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭେମାନେ ତାହା ଭାଙ୍ଗୁଛୁ?


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଆଗେ ଆଗେ ଗମନ କରୁଛନ୍ତି। ସେ ମିଶରରେ ଯେପରି କରିଥିଲେ, ଏହିଠାରେ ମଧ୍ୟ ସେହିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।


ମରୁଭୂମିରେ ତୁମ୍ଭେମାନେ ଦେଖିଅଛ, ମନୁଷ୍ୟମାନେ ଆପଣା ସନ୍ତାନମାନଙ୍କୁ ବୋହିବା ପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏହିଠାରେ ପହଞ୍ଚିବା ପର୍ଯ୍ୟନ୍ତ, ତୁମ୍ଭମାନଙ୍କର ଗମନର ସମସ୍ତ ପଥରେ ତୁମ୍ଭମାନଙ୍କୁ କିପରି ବୋହିଛନ୍ତି।’


ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ,


ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ।


ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।


Swiv nou:

Piblisite


Piblisite