Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:8 - ପବିତ୍ର ବାଇବଲ

8 ସମସ୍ତ ଲୋକେ ଏକ ସମୟରେ କହିଲେ, “ଆମ୍ଭେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମାନିବୁ।” ଏହା ପରେ ମୋଶା ପୁନରାୟ ପର୍ବତ ଉପରକୁ ପରମେଶ୍ୱରଙ୍କର ନିକଟକୁ ଗଲେ। ମୋଶା ପରମେଶ୍ୱରଙ୍କୁ କହିଲେ, ଲୋକମାନେ ଆପଣଙ୍କର ସମସ୍ତ ଆଜ୍ଞା ମାନିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା। ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 19:8
9 Referans Kwoze  

ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”


ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”


ଏହା ପରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କୁ ଉପାସନା କରିବୁ। ଆମ୍ଭେ ସଦାପ୍ରଭୁଙ୍କର ବାକ୍ୟ ମାନି ଚଳିବୁ।”


ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”


ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।


କିନ୍ତୁ ସେହି ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନା, ଆମ୍ଭେମାନେ ସଦାପ୍ରଭୁଙ୍କୁ ହିଁ ସେବା କରିବୁ।”


Swiv nou:

Piblisite


Piblisite