ଯାତ୍ରା ପୁସ୍ତକ 20:5 - ପବିତ୍ର ବାଇବଲ5 କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit laଓଡିଆ ବାଇବେଲ5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Gade chapit la |
ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”