Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:26 - ପବିତ୍ର ବାଇବଲ

26 “ଯଦି କେହି ତା'ର ଦାସ କିମ୍ବା ଦାସୀକୁ ଆଘାତ କରିବା ସମୟରେ ତା'ର ଚକ୍ଷୁ ନଷ୍ଟ ହୋଇଯାଏ ତେବେ ତାକୁ ମୁକ୍ତ କରି ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯେବେ ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ।

Gade chapit la Kopi

ଓଡିଆ ବାଇବେଲ

26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରି ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।

Gade chapit la Kopi




ଯାତ୍ରା ପୁସ୍ତକ 21:26
14 Referans Kwoze  

ମାଲିକମାନେ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସେବକମାନଙ୍କୁ ଦିଅ। ମନେରଖ ଯେ ସ୍ୱର୍ଗରେ ତୁମ୍ଭମାନଙ୍କର ମଧ୍ୟ ଜଣେ ମାଲିକ ଅଛନ୍ତି।


ହେ ମାଲିକଗଣ! ଠିକ୍ ସେହିଭଳି ତୁମ୍ଭର ଦାସମାନଙ୍କୁ ଉତ୍ତମ ବ୍ୟବହାର କର। ତାହାଙ୍କୁ ଧମକ ଦେଇ ଭୟଭୀତ କଲା ଭଳି କଥା କୁହ ନାହିଁ। ତୁମ୍ଭେ ଜାଣ ଯେ, ତୁମ୍ଭର ଓ ତାହାଙ୍କର ସେହି ସମାନ ମାଳିକ ଯେ କି ସ୍ୱର୍ଗରେ ଅଛନ୍ତି। ସେହି ମାଲିକ (ପରମେଶ୍ୱର) କୌଣସି ପକ୍ଷପାତ ବିଗ୍ଭର କରନ୍ତି ନାହିଁ।


ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ, ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।


ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।


ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।”


ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।


“ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ଼ ମାରେ, ଯଦି ଆଘାତପ୍ରାପ୍ତ ହୋଇ ଦାସଟି ମରିଯାଏ, ତେବେ ତା'ର ମୁନିବକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।


ବାହୁ ପରିଶୋଧରେ ବାହୁ, କ୍ଷତ ପରିଶୋଧରେ କ୍ଷତ, ଦାଗ ପରିଶୋଧରେ ଦାଗ ଦଣ୍ଡ ଦିଆଯିବ।


ଯଦି କେହି ମୁନିବ ତା'ର ଦାସର ମୁହଁରେ ଆଘାତ କରେ ଓ ସେ ଯଦି ତା'ର ଦାନ୍ତ ହରାଏ ତେବେ ତା'ର ଦାନ୍ତ ପାଇଁ ତାକୁ ମୁକ୍ତ କରି ଦିଆଯିବ।


ଚକ୍ଷୁ ପରିଶୋଧରେ ଚକ୍ଷୁ, ହାତ ପରିଶୋଧରେ ହାତ, ପାଦ ପରିଶୋଧରେ ପାଦ,


Swiv nou:

Piblisite


Piblisite