Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:3 - ପବିତ୍ର ବାଇବଲ

3 ଯଦି ଏପରି ଦିନରେ ଘଟିଥାଏ ତେବେ ହତ୍ୟା କରିଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବ। “ଯଦି ଜଣେ ଲୋକ ଗ୍ଭେରି କରୁଥିବା ସମୟରେ ଧରାପଡ଼େ, ସେ ନିଶ୍ଚୟ ଫେରାଇଦେବ, ଯାହା ଗ୍ଭେରି କରିଥିଲା। ଏବଂ ଯଦି ସେହି ଲୋକର ନିଜର କିଛି ନ ଥାଏ, ତେବେ ତାକୁ କ୍ରୀତଦାସ ରୂପେ ବିକ୍ରୀ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଯେବେ ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରାଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯେବେ ତାହାର କିଛି ନ ଥାଏ, ତେବେ ଚୋରି ହେତୁରୁ ସେ ବିକାଯିବ।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।

Gade chapit la Kopi




ଯାତ୍ରା ପୁସ୍ତକ 22:3
9 Referans Kwoze  

“ଯଦି ତୁମ୍ଭେ ଜଣେ ଏବ୍ରୀୟ କ୍ରୀତଦାସ ନିଅ, ତେବେ ସେ ଛଅ ବର୍ଷ ତୁମ୍ଭର ସେବା କରିବ। ସପ୍ତମ ବର୍ଷରେ ସେ ମୁକ୍ତ ହୋଇଯିବ। ତାକୁ ଆଉ କିଛି ମୂଲ୍ୟ ଦେବାକୁ ପଡ଼ିବ ନାହିଁ।


ରାଜାଙ୍କୁ ଋଣ ପରିଶୋଧ କରିବା ପାଇଁ ଗ୍ଭକର ପାଖରେ କିଛି ହେଲେ ନ ଥିଲା। ରାଜା ଆଦେଶ ଦେଲେ ଯେ, ଗ୍ଭକରର ସବୁ ଜିନିଷ ଏପରିକି ତା'ର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦେଇ ଋଣ ପରିଶୋଧ କରାଯିବ।


ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।


ତେଣୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କୋପଦୃଷ୍ଟି ହେଲେ। ତେଣୁ ସଦାପ୍ରଭୁ ଇସ୍ରାଏଲୀୟଗଣଙ୍କୁ ପଲେଷ୍ଟୀୟ ଓ ଅମ୍ମୋନୀୟମାନଙ୍କ ହସ୍ତରେ ପରାସ୍ତ କରାଇଲେ।


ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।


ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା'ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ।


ଦାସ କହିଲେ, “ତୁମ୍ଭେ ଯାହା କହିବ ଆମ୍ଭେ ସେହିପରି କରିବୁ କିନ୍ତୁ ଆମ୍ଭେ ସେ ଲୋକକୁ ହତ୍ୟା କରିବୁ ନାହିଁ। ଆମ୍ଭେ ଯାହା ପାଖରୁ ସେହି ରୂପା ପାତ୍ର ପାଉ, ସେ ଲୋକ ଆମ୍ଭର ଦାସ ହେବ। ଏବଂ ଅନ୍ୟମାନେ ମୁକ୍ତ ହେବେ।”


ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ।


ତୁମ୍ଭେମାନେ ଯିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ୟ କୁହ। ‘ତାହାର ସଂଗ୍ରାମ ଶେଷ ହୋଇଛି ଓ ତାହାର ପାପକୁ କ୍ଷମା କରାଯାଇଛି।’ ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଗ୍ଭର କର।”


Swiv nou:

Piblisite


Piblisite