ଯାତ୍ରା ପୁସ୍ତକ 23:1 - ପବିତ୍ର ବାଇବଲ1 “ଅନ୍ୟ ଲୋକମାନଙ୍କ ବିଷୟରେ ମିଥ୍ୟା କୁହ ନାହିଁ। କାହାରି ପାଇଁ ମିଥ୍ୟା ସାକ୍ଷୀ ଦେଇ, ତାକୁ ଅସୁବିଧାରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡ଼ଯନ୍ତ୍ର କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Gade chapit laଓଡିଆ ବାଇବେଲ1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। Gade chapit la |
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”