Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:14 - ପବିତ୍ର ବାଇବଲ

14 ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭେମାନେ ଯେଯାଏ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେଯାଏ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂରତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।

Gade chapit la Kopi

ଓଡିଆ ବାଇବେଲ

14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”

Gade chapit la Kopi




ଯାତ୍ରା ପୁସ୍ତକ 24:14
8 Referans Kwoze  

କିଛି ସମୟ ପରେ, ଯେହେତୁ ମୋଶାଙ୍କର ହାତ କ୍ଳାନ୍ତ ହୋଇଗଲା ତେଣୁ ସେମାନେ ଏକ ବିରାଟ ପଥର ଖଣ୍ଡ ଆଣି ମୋଶାଙ୍କ ଆଗରେ ପକାଇଲେ ସେ ବସିବା ପାଇଁ। ଏହା ପରେ ହାରୋଣ ଓ ହୂର ମୋଶାଙ୍କର ହାତକୁ ଉପରକୁ ଟେକି ଧରିଲେ। ହାରୋଣ ଗୋଟିଏ ପାର୍ଶ୍ୱରେ ଓ ହୂର ଅନ୍ୟ ଏକ ପାର୍ଶ୍ୱରେ ରହିଲା। ସେମାନେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।


ଯିହୋଶୂୟ ମୋଶାଙ୍କର କଥାମାନି ତା’ ପରଦିନ ଅମାଲେକୀୟମାନଙ୍କ ସହ ଯୁଦ୍ଧ ପାଇଁ ଗଲେ। ସେହି ସମୟରେ ମୋଶା, ହାରୋଣ ଓ ହୂର ପର୍ବତ ଉପରକୁ ଗଲେ।


ଏହା ପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଗଧ ସହ ଏହିଠାରେ ଅପେକ୍ଷା କର। ମୁଁ ମୋର ପୁତ୍ରକୁ ନେଇ ସେହି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟ ପରେ ଆମ୍ଭେ ତୁମ୍ଭ ନିକଟକୁ ଫେରି ଆସିବୁ।”


“ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗି‌ଲ୍‌ଗ‌ଲ୍‌କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”


ଲୋକମାନେ ଅନୁଭବ କଲେ ଯେ, ମୋଶା ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡେରି କଲେ। ତେଣୁ ସେମାନେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସେମାନେ ତାଙ୍କୁ କହିଲେ, “ଦେଖ, ମୋଶା ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣି ପାରିଲୁ ନାହିଁ ତାଙ୍କର କ’ଣ ହୋଇଛି। ଆମ୍ଭମାନଙ୍କୁ ଆଗେଇ ନେବା ପାଇଁ କେତେକ ଦେବତାଗଣ ନିର୍ମାଣ କର।”


ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।”


Swiv nou:

Piblisite


Piblisite