Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:9 - ପବିତ୍ର ବାଇବଲ

9 ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନ ବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କୁ ଦର୍ଶନ କଲେ।

Gade chapit la Kopi

ଓଡିଆ ବାଇବେଲ

9 ତେବେ ମୋଶା, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 24:9
10 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀହୂ, ଇଲିୟାଜର ଓ ଈଥାମରକୁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ଆଣ। ସେମାନେ ମୋର ଯାଜକଗଣ ହେବେ।


ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।


କେବଳ ଅଧିପତି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ। ସେ ଦ୍ୱାରର ବାରଣ୍ଡା ପଥଦେଇ ପ୍ରବେଶ କରିବେ ଓ ସେହି ପଥଦେଇ ବାହାରିଯିବେ।”


କିନ୍ତୁ ତୁମ୍ଭେ ମୋର ମୁଖ ଦେଖି ପାରିବ ନାହିଁ। କାରଣ କେହି ମୋତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।


ମାନୋହ ତାଙ୍କ ସ୍ତ୍ରୀଙ୍କୁ କହିଲା, “ଆମ୍ଭେ ପରମେଶ୍ୱରଙ୍କର ଦର୍ଶନ ପାଇଲୁ। ଆମ୍ଭେ ନିଶ୍ଚିତ ମରିବା!”


ପୁଣି ମୀଖାୟ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, “ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ଦୂତମାନେ ଉଭା ହୋଇଛନ୍ତି।


ଯିହୁଦାର ରାଜା ଉଷିୟଙ୍କ ମୃତ୍ୟୁବର୍ଷରେ ମୁଁ ମୋର ପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହେଲି। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପରେ ଉପବିଷ୍ଟ ହୋଇଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।


Swiv nou:

Piblisite


Piblisite