Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:2 - ପବିତ୍ର ବାଇବଲ

2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା'ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 25:2
16 Referans Kwoze  

ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି।


ସେହି ଦଳଟି ଆସି ଯିରୁଶାଲମର ସଦାପ୍ରଭୁଙ୍କର ମନ୍ଦିରରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସେହି ମନ୍ଦିର ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ୱେଚ୍ଛାପୂର୍ବକ ଦାନ କଲେ।


ଆଉ ଯେଉଁମାନେ ଯିରୁଶାଲମରେ ବାସ କରିବାକୁ ସ୍ୱଇଚ୍ଛାରେ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।


ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ୱେଚ୍ଛାପୂର୍ବକ ଯାହା ଦେବେ ସେହିସବୁ ଉପହାର ନେବା ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତ ମନ୍ତ୍ରୀଙ୍କ ଦ୍ୱାରା ପ୍ରେରିତ ହେଉଅଛ।


ସେମାନଙ୍କର ପଡ଼ୋଶୀମାନେ ସେମାନଙ୍କୁ ରୂପା, ସୁନା, ପଶୁ ଏବଂ ଅନ୍ୟାନ୍ୟ ବହୁମୂଲ୍ୟ ଦ୍ରବ୍ୟ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସହିତ ଦେଲେ।


ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ।


ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।


“ମୋର ହୃଦୟ ଇସ୍ରାଏଲର ଆଦେଶକର୍ତ୍ତାଙ୍କଠାରେ ଅଛି, ଯିଏ ଯୁଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ୟବାଦ କର!


କାରଣ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ଉତ୍ତୋଳନୀୟ ଉପହାରରୂପେ ଯେଉଁ ଏକ ଦଶମାଂସ ଉତ୍ସର୍ଗ କରନ୍ତି, ତାହା ମୁଁ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲି। ଏଣୁ ମୁଁ କହିଲି, ସେମାନେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।”


ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ,


Swiv nou:

Piblisite


Piblisite