ଯାତ୍ରା ପୁସ୍ତକ 27:21 - ପବିତ୍ର ବାଇବଲ21 ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସମାଗମ-ତମ୍ଵୁରେ ସାକ୍ଷ୍ୟସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦବସ୍ତ୍ରର ବାହାରେ ହାରୋଣଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେନ୍ତଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଓଡିଆ ବାଇବେଲ21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସେମାନେ ମନ୍ଦିର ମଧ୍ୟରେ ଥିବା ବିଶେଷ ମେଜ ଉପରେ ଧାଡ଼ିରେ ରୋଟୀ ସଜାଇ ରଖନ୍ତି। ଆଉ ସେମାନେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରତ୍ୟେକ ସନ୍ଧ୍ୟାରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭେମାନେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ସେବା କରୁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ତ୍ୟାଗ କରିଅଛ।
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।
ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।