ଯାତ୍ରା ପୁସ୍ତକ 28:41 - ପବିତ୍ର ବାଇବଲ41 ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା'ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)41 ପୁଣି ତୁମ୍ଭ ଭ୍ରାତା ହାରୋଣର ଓ ତାହାର ପୁତ୍ରଗଣର ଦେହରେ ତାହା ସବୁ ପରିଧାନ କରାଇବ; ପୁଣି ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ। Gade chapit laଓଡିଆ ବାଇବେଲ41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।