Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 28:43 - ପବିତ୍ର ବାଇବଲ

43 ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ଵୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi




ଯାତ୍ରା ପୁସ୍ତକ 28:43
18 Referans Kwoze  

ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।”


“ଯଦି ସଦାପ୍ରଭୁ ଯାହା ନ କରିବାକୁ କହିଥା’ନ୍ତି ଓ କୌଣସି ପ୍ରାଣୀ ସେଥିମଧ୍ୟରୁ କୌଣସି କର୍ମ କରି ପାପ କରେ। ଯଦ୍ୟପି ସେ ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ। ପୁଣି ସେ ତା'ର ଅପରାଧ ବହନ କରିବ।


ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।


“ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।


ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


“ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।


ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ।


ସେମାନେ ସେମାନଙ୍କର ହାତ ଏବଂ ପାଦ ଧୋଇବେ, ଯାହା ଫଳରେ ମୃତ୍ୟୁବରଣ କରିବେ ନାହିଁ। ହାରୋଣ ଏବଂ ତାଙ୍କ ବଂଶଧରମାନଙ୍କ ପାଇଁ ଏହି ବ୍ୟବସ୍ଥା ସବୁଦିନ ପାଇଁ ରହିବ।”


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


ଯେତେବେଳେ ସେମାନେ ଭିତର ପ୍ରାଙ୍ଗଣର ଫାଟକ ନିକଟକୁ ଆସନ୍ତି, ସେମାନେ ନାଇଲନ୍ ପୋଷାକ ପିନ୍ଧିବେ, ଯେତେବେଳେ ସେମାନେ ମନ୍ଦିରର ଭିତର ପ୍ରାଙ୍ଗଣର ସେବା କରନ୍ତି, ସେମାନେ ନିଶ୍ଚୟ ପଶମ ବସ୍ତ୍ର ପରିଧାନ କରିବେ ନାହିଁ।


ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟ‌ଦ୍‌ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।”


“ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହା ସବୁ ଅପବିତ୍ର କରିବେ ନାହିଁ।


ସମାଜ ନିମନ୍ତେ ଅର୍ଥାତ୍ ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ହେବ। ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଦୃଷ୍ଟିରେ ତୁମ୍ଭେମାନେ ଓ ବିଦେଶୀମାନେ ସମାନ।


ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।


ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”


Swiv nou:

Piblisite


Piblisite