Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 3:17 - ପବିତ୍ର ବାଇବଲ

17 ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ଇମୋରୀୟ-ମାନଙ୍କ ଓ ପିରିଷୀୟମାନଙ୍କ ଓ ହିବ୍ବୀୟମାନଙ୍କ ଓ ଯିବୂଷୀୟ-ମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’

Gade chapit la Kopi




ଯାତ୍ରା ପୁସ୍ତକ 3:17
22 Referans Kwoze  

ଏହା ପରେ ଯୋଷେଫ ତାଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ଯତ୍ନ ନେବେ। ତା'ପରେ ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ନେବେ ଏବଂ ଯେଉଁ ଦେଶ ଦେବା ପାଇଁ ସେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାକୁ ତୁମ୍ଭମାନଙ୍କୁ ଆଗେଇ ନେବେ।”


“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।


ଆମ୍ଭେ ତୁମ୍ଭ ସହିତ ମିଶରକୁ ଯିବି। ଏବଂ ଆମ୍ଭେ ତୁମ୍ଭକୁ ପୁନରାୟ ମିଶରରୁ ଆଣିବା। ତୁମ୍ଭେ ମିଶରରେ ଦେହ ତ୍ୟାଗ କରିବ। ତୁମ୍ଭେ ଦେହ ତ୍ୟାଗ କରିବା ସମୟରେ ଯୋଷେଫ ତୁମ୍ଭ ପାଖରେ ଥିବ।”


ଆଉ ଯୋଷେଫ ଇସ୍ରାଏଲଙ୍କର ବଂଶଧରମାନଙ୍କୁ ତାଙ୍କଠାରେ ପ୍ରତିଜ୍ଞା କରାଇଲେ। ସେ କହିଲେ, “ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭମାନଙ୍କର ଯତ୍ନ ନେବେ। ସେ ତୁମ୍ଭକୁ ତୁମ୍ଭର ଦେଶକୁ ଆଗେଇ ନେବେ। ସେହି ସମୟରେ ମୋର ଅସ୍ଥି ତୁମ୍ଭେମାନେ ନେଇଯିବ।”


ତେଣୁ ଇସ୍ରାଏଲୀୟ ଲୋକମାନଙ୍କୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭେମାନେ ମିଶରବାସୀମାନଙ୍କର ଆଉ ଦାସ ହୋଇ ରହିବ ନାହିଁ। ଆମ୍ଭେ ଆମ୍ଭର ମହାନ ଶକ୍ତି ପ୍ରୟୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦେବା। ଏହା ପରେ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ କବଳରୁ ରକ୍ଷା କରିବା।


ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।


ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହୁଅଛି ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ। ଦେଖ, ମୋର ସ୍ୱର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହେବେ।”


ତେଣୁ ତୁମ୍ଭେମାନେ ସେହି ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜି‌ଦ୍‌ଖୋର ଲୋକ।”


ପୁଣି ସେମାନେ ବର୍ଣ୍ଣନା କରି ତାହାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ। ଏହା ଏକ ଦୁ‌ଗ୍‌ଧ-ମଧୁର ଦେଶ। ଏହା ହେଉଛି ସେହି ଦେଶର ଫଳ।


ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ।


ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି।


ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋ‌ନ୍‌ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ।


“ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ।


ମୁଁ ତୁମ୍ଭଙ୍କୁ କହିଲି, ସେମାନଙ୍କର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠାରେ ଦୁଧ ଓ ମଧୁ ବହି ଯାଉଥାଏ। “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ଏବଂ ମୁଁ ଅନ୍ୟ ଦେଶଗୁଡ଼ିକଠାରୁ ତୁମ୍ଭମାନଙ୍କୁ ପୃଥକ କଲି।


ହିବ୍ବୀୟ, ଅର୍କୀୟ, ସୀନୀୟ;


ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ। ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।


“ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁ‌ଗ୍‌ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।” ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”


ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁ‌ଗ୍‌ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।


Swiv nou:

Piblisite


Piblisite