Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 30:35 - ପବିତ୍ର ବାଇବଲ

35 ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥିରେ ଲବଣ ମଧ୍ୟ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ତଦ୍ଦ୍ଵାରା ଗନ୍ଧବଣିକର କ୍ରିୟାରେପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।

Gade chapit la Kopi




ଯାତ୍ରା ପୁସ୍ତକ 30:35
13 Referans Kwoze  

ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ।


“ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ୟ ତିଆରି କରୁଥିବା ଯନ୍ତ୍ର ଆଣ। ତାହା ଅଭିଷେକାର୍ଥକ ପବିତ୍ର ତୈଳ ମିଶାଇବ।


ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।


ସିଏ କିଏ ଅଟେ, ଯେଉଁ ସ୍ତ୍ରୀଲୋକ ଧୂମ୍ର ସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଆସୁଅଛି? ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତା ହୋଇ।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୂପ କରେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ ଅର୍ଥାତ୍ ଗୁ‌ଗ୍‌ଗୁଳ ଓ ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍। ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାବରେ ସଂଗ୍ରହ କର।


ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ନିୟମ-ସିନ୍ଦୁକ ମଧ୍ୟରେ ରଖିବ। ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।


ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା'ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ।


ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ।


ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ୟରୁ ଶିଙ୍ଗାଏ ପବିତ୍ର ତୈଳ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତା'ପରେ ସେମାନେ ଉଚ୍ଚ ସ୍ୱରରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ରାଜା ଶଲୋମନ ଚିରଜୀବି ହୁଅନ୍ତୁ।”


କିନ୍ତୁ ଯାଜକ ହିଁ ବିଶେଷ ତୈଳର ମିଶ୍ରଣ କାର୍ଯ୍ୟ କରୁଥିଲେ।


ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।


Swiv nou:

Piblisite


Piblisite