ଯାତ୍ରା ପୁସ୍ତକ 30:7 - ପବିତ୍ର ବାଇବଲ7 “ହାରୋଣ ସୁଗନ୍ଧିତ ଧୂପ ଜଳାଇବ। ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜଳାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ଵଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ବେଳେ ସେହି ଧୂପ ଜ୍ଵଳାଇବ। Gade chapit laଓଡିଆ ବାଇବେଲ7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। Gade chapit la |
ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।
ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।
ସେମାନେ ଉଷିୟଙ୍କୁ କହିଲେ ଯେ, ସେ ଭୁଲ୍ କାର୍ଯ୍ୟ କରୁଛନ୍ତି। ସେମାନେ ତାଙ୍କୁ କହିଲେ, “ଉଷିୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ତୁମ୍ଭର କାର୍ଯ୍ୟ ନୁହେଁ। ଏହି କାର୍ଯ୍ୟ କରିବା ତୁମ୍ଭ ନିମନ୍ତେ ମଙ୍ଗଳ ଜନକ ନୁହେଁ। ଯାଜକ ଓ ହାରୋଣଙ୍କ ବଂଶଧରମାନେ କେବଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁଗନ୍ଧିଧୂପ ଜ୍ୱଳାନ୍ତି। ଏହି ଯାଜକମାନେ ସୁଗନ୍ଧିଧୂପ ଜ୍ୱଳାଇବାର ପବିତ୍ର ସେବାକାର୍ଯ୍ୟ ନିମନ୍ତେ ତାଲିମପ୍ରାପ୍ତ ହୋଇଛନ୍ତି। ଏହି ମହାପବିତ୍ର ସ୍ଥାନରୁ ବାହାରି ଯାଅ। ତୁମ୍ଭେ ବିଶ୍ୱସ୍ତ ହୋଇ ନାହଁ। ସଦାପ୍ରଭୁ ପରମେଶ୍ୱର ଏଥିନିମନ୍ତେ ତୁମ୍ଭକୁ ସମ୍ମାନିତ କରିବେ ନାହିଁ।”