Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:22 - ପବିତ୍ର ବାଇବଲ

22 ହାରୋଣ ଉତ୍ତର ଦେଲେ, “କ୍ରୋଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୁଲ୍ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ହାରୋଣ କହିଲେ, ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।

Gade chapit la Kopi




ଯାତ୍ରା ପୁସ୍ତକ 32:22
17 Referans Kwoze  

ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇ ଆସିଅଛ।


ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି।


କିନ୍ତୁ କେତେକ ଲୋକ ସେମାନଙ୍କର କଥାକୁ ଧ୍ୟାନ ଦେଲେ ନାହିଁ। ଯେଉଁ ଖାଦ୍ୟ ଲୋକମାନେ ସଞ୍ଚୟ କରି ରଖିଥିଲେ, ସକାଳ ପର୍ଯ୍ୟନ୍ତ ତାହା ପୋକମାନଙ୍କ ଦ୍ୱାରା ଦୂଷିତ ହେଲା ଏବଂ ଦୁର୍ଗନ୍ଧ କଲା। ମୋଶା ସେମାନଙ୍କ ଉପରେ କ୍ଷୁବ୍ଧ ହେଲେ।


ଲୋକମାନେ ମୋଶାଙ୍କ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, “ଆମ୍ଭେ କ’ଣ ପିଇବୁ?”


ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି।


ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।


ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।


ମୁଁ ଜାଣେ ତୁମ୍ଭେମାନେ ଶକ୍ତଗ୍ରୀବ ଅଟ। ମୁଁ ଜାଣେ ତୁମ୍ଭେ ତୁମ୍ଭ ବାଟରେ ଚଳିବାକୁ ଗ୍ଭହଁ। ଦେଖ ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମୋର ମରଣ ପରେ ତୁମ୍ଭେମାନେ କେତେ ଅଧିକ ନ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ମାନିବ ନାହିଁ।


“ତୁମ୍ଭେମାନେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୋଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭେମାନେ ତାହା ପାଶୋରି ଯାଅ ନାହିଁ। ତୁମ୍ଭେ ମିଶର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇଅଛ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?


ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ।


ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?”


ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”


ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”


ଲୋକମାନେ ଅନୁଭବ କଲେ ଯେ, ମୋଶା ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡେରି କଲେ। ତେଣୁ ସେମାନେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସେମାନେ ତାଙ୍କୁ କହିଲେ, “ଦେଖ, ମୋଶା ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣି ପାରିଲୁ ନାହିଁ ତାଙ୍କର କ’ଣ ହୋଇଛି। ଆମ୍ଭମାନଙ୍କୁ ଆଗେଇ ନେବା ପାଇଁ କେତେକ ଦେବତାଗଣ ନିର୍ମାଣ କର।”


Swiv nou:

Piblisite


Piblisite