Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:7 - ପବିତ୍ର ବାଇବଲ

7 ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏସମୟରେ ଏପରି ଥିଲା ଯେ, ମୋଶା ତମ୍ଵୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କରିଥାʼନ୍ତି ଓ ତାହାର ନାମ ସମାଗମ-ତମ୍ଵୁ ଦେଲେ। ସଦାପ୍ରଭୁଙ୍କ ଅନ୍ଵେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ଵୁ ନିକଟକୁ ଯାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯା’ନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 33:7
17 Referans Kwoze  

ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଗ୍ଭଇଅଛି, ଏଣୁ ସେ ଶୁଣିବେ ନାହିଁ।


ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥା’ନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ।


ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।”


ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି। ତେଣୁ ତୁମ୍ଭେ ନୀରବ ରୁହ ନାହିଁ। ମୋତେ ପରିତ୍ୟାଗ କର ନାହିଁ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ? ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।


ଆମ୍ଭର ମହାଯାଜକ ମହାପବିତ୍ର ସ୍ଥାନରେ ସେବା କାର୍ଯ୍ୟ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନରେ ନୁହେଁ, ମାତ୍ର ପରମେଶ୍ୱରଙ୍କ ଦ୍ୱାରା ନିର୍ମିତ ସେହି ଉପାସନା ସ୍ଥଳରେ ସେବା କରନ୍ତି।


ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ।


ଯିଥ୍ରୋ ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କଲେ। ହାରୋଣ, ମୋଶା ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗେ ଭୋଜନ କଲେ।


ତେଣୁ ଇସ୍ରାଏଲୀୟ ଲୋକମାନେ ହୋରେବ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।


ମୋଶା ବାହାର ହୋଇ ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହାରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ସମାଗମ-ତମ୍ବୁରେ ପ୍ରବେଶ ନ କଲେ, ସେପର୍ଯ୍ୟନ୍ତ ସେମାନେ ତାଙ୍କ ପଥକୁ ଅନାଇ ରହିଲେ।


Swiv nou:

Piblisite


Piblisite