Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:1 - ପବିତ୍ର ବାଇବଲ

1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲେଖା ଥିଲା ଯାହା ତୁମ୍ଭେ ଚୂର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହା ସବୁ ଲେଖିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବ ପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖାଥିଲା, ସେହି ସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।

Gade chapit la Kopi




ଯାତ୍ରା ପୁସ୍ତକ 34:1
11 Referans Kwoze  

ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ।


ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।


ତେଣୁ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସହିତ କଥାବାର୍ତ୍ତା ନିୟମ ସ୍ୱରୂପେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।


ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।


ପରମେଶ୍ୱରଙ୍କ ଦ୍ୱାରା ସେହି ପ୍ରସ୍ତର ଫଳକ ନିର୍ମିତ ହୋଇଥିଲା ଏବଂ ପରମେଶ୍ୱର ସ୍ୱହସ୍ତରେ ଲେଖିଥିଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”


ତହୁଁ ମୋଶା ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତା’ ପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନୟ ପର୍ବତ ଉପରକୁ ଗଲେ ଏବଂ ସେହି ପ୍ରସ୍ତର ଫଳକକୁ ନିଜ ସହିତ ନେଇଗଲେ।


ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ।


ତା'ପରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରିୟର ପୁତ୍ର ବାରୂକକୁ ଦେଲେ। ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦ‌ଗ୍‌ଧ କରିଥିଲେ, ସେହି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ୟ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସେହି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ୟ ଅନେକ ସେହି ପ୍ରକାର କଥା ଏହି ଦ୍ୱିତୀୟ ନଳାକାର ପୁସ୍ତକରେ ଯୋଗ କରାଇଲେ।


Swiv nou:

Piblisite


Piblisite