ଯାତ୍ରା ପୁସ୍ତକ 34:24 - ପବିତ୍ର ବାଇବଲ24 “ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବାଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Gade chapit laଓଡିଆ ବାଇବେଲ24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ। Gade chapit la |
“ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପ୍ରତିଜ୍ଞା କରିଛନ୍ତି ଯେ, ସେ ତୁମ୍ଭମାନଙ୍କର ଦେଶକୁ ବଢ଼ାଇବେ। ଯେତେବେଳେ ସଦାପ୍ରଭୁ ଏପରି କରିବେ, ତୁମ୍ଭେମାନେ ହୁଏତ ତାଙ୍କର ମନୋନୀତ ସ୍ଥାନର ବହୁ ଦୂରରେ ବାସ କରୁଥିବ। ଏହା ଯଦି ଅଧିକ ଦୂର ହୁଏ, ଏବଂ ତୁମ୍ଭେ ଯଦି ମାଂସ ପାଇଁ ଭୋକିଲା ହୁଅ, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କର ଦତ୍ତ ଯେକୌଣସି ପଶୁର ମାଂସ ଖାଇ ପାରିବ। ତୁମ୍ଭେମାନେ ସେହି ପଶୁକୁ ନିଅ, ତାକୁ ବଧକର ଓ ନିଜ ଫାଟକ ଭିତରେ ଭୋଜନ କର। ମୁଁ ଯେପରି ଆଜ୍ଞା କଲି, ତୁମ୍ଭେମାନେ ଏପରି କରିବା ଉଚିତ୍। ତୁମ୍ଭେମାନେ ଏହି ମାଂସ ଯେଉଁଠାରେ ବାସ କଲେ ମଧ୍ୟ ସେହିଠାରେ ଖାଇ ପାରିବ।
ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।