Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:27 - ପବିତ୍ର ବାଇବଲ

27 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏ ସମସ୍ତ ଲେଖ ଯାହା ଆମ୍ଭେ ସବୁ କହିଲୁ। ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ ଏବଂ ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ସହିତ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କଲୁ।

Gade chapit la Kopi

ଓଡିଆ ବାଇବେଲ

27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”

Gade chapit la Kopi




ଯାତ୍ରା ପୁସ୍ତକ 34:27
6 Referans Kwoze  

ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।


ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ।


ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳରେ ଲୋକମାନେ ମନେରଖି ପାରିବେ ଏଠାରେ ଯାହାସବୁ ଘଟିଥିଲା। ଏବଂ ଯିହୋଶୂୟଙ୍କ ପାଖରେ ସେହି ପୁସ୍ତକ ପଢ଼। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲେକୀୟମାନଙ୍କୁ ଏହି ପୃଥିବୀରୁ ଧ୍ୱଂସ କରିବି।”


ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଏହି ନିୟମ ତୁମ୍ଭମାନଙ୍କର ସହିତ କରିଅଛି, ମୁଁ ତୁମ୍ଭମାନଙ୍କ ପ୍ରତି ଏପରି କାର୍ଯ୍ୟ କରିବି ଯେ, ପୃଥିବୀରେ କୌଣସି ଲୋକମାନଙ୍କ ପାଇଁ ଏପରି କରାଯାଇ ନାହିଁ। ତୁମ୍ଭମାନଙ୍କ ସହିତ ଥିବା ଲୋକମାନେ ମୋର ମହାନତା ଜାଣି ପାରିବେ ଯେ, ମୁଁ ସଦାପ୍ରଭୁ ମହାନ। ଲୋକମାନେ ମୋର ଆଶ୍ଚର୍ଯ୍ୟ କର୍ମମାନ ଦେଖିବେ ଯାହା ତୁମ୍ଭମାନଙ୍କ ପାଇଁ ମୁଁ କରିବି।


ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”


Swiv nou:

Piblisite


Piblisite