Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:8 - ପବିତ୍ର ବାଇବଲ

8 ସ୍ତ୍ରୀ ଲୋକମାନେ ଦେଇଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୁଖା ତିଆରି କଲେ। ସେହି ସ୍ତ୍ରୀଲୋକମାନେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ଵୁର ଦ୍ଵାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ଵାରା ସେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:8
23 Referans Kwoze  

ତା'ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।


ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।


ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।


ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା'ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ।


ଯୀଶୁ କହିଲେ, “ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହୋଇଯାଏ। କେବଳ ତା'ର ପାଦ ସେ ଧୋଇବା ଦରକାର। ମୁଁ ଜାଣେ ତୁମ୍ଭେମାନେ ପରିଷ୍କାର ହୋଇଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”


ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।


ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।


ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।


ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ।


ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


କିନ୍ତୁ ପିତର ଫାଟକ ବାହାରେ ଅପେକ୍ଷା କଲେ। ମହାଯାଜକଙ୍କୁ ଜାଣିଥିବା ସେହି ଶିଷ୍ୟ ଜଣକ ବାହାରକୁ ଫେରି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।


ସେହି ସମୟରେ ପିତର ପ୍ରାଙ୍ଗଣ ମଧ୍ୟରେ ବସିଥିଲେ, ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, “ତୁମ୍ଭେ ମଧ୍ୟ ଗାଲିଲୀର ଯୀଶୁଙ୍କ ସହିତ ଥିଲ।”


ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।


ସେ ଦଶ ଗୋଟି ଖଟୁଲି ଉପରେ ରହିବା ପାଇଁ ଦଶ ଗୋଟି ମାଠିଆ ନିର୍ମାଣ କଲା। ପ୍ରତ୍ୟେକ ମାଠିଆର ବ୍ୟାସ ଗ୍ଭରି ହାତ ଥିଲା ଓ ପ୍ରତ୍ୟେକ ମାଠିଆ ଗ୍ଭଳିଶ୍ ମହଣ ଧାରଣ କରୁଥିଲା।


ହୋମବଳି ବେଦି ଓ ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,


ବେଦିଟିକୁ ବହିବା ପାଇଁ ସେ ଯଜ୍ଞବେଦି ପାର୍ଶ୍ୱରେ ଥିବା କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଲେ। ସେ ଯଜ୍ଞବେଦିଟିକୁ ଖାଲି ସିନ୍ଦୁକ ପରି ପଟାରେ ନିର୍ମାଣ କଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହା ପରେ ଶଲୋମନ ତରଳ କଂସାରେ ଏକ ବୃହତ୍ କୁଣ୍ଡ ନିର୍ମାଣ କଲେ। ଏହି ବୃହତ୍ କୁଣ୍ଡଟି ଗୋଲାକାର ଥିଲା ଏବଂ ଏହାର ଏକ ବିନ୍ଦୁରୁ ଠିକ୍ ବିପରୀତ ବିନ୍ଦୁ ପର୍ଯ୍ୟନ୍ତ ଦଶ ହାତ ଦୈର୍ଘ୍ୟ ବିଶିଷ୍ଟ ଥିଲା। ଏହାର ଉଚ୍ଚତା ପାଞ୍ଚ ହାତ ଏବଂ ଏହାର ପରିଧି ତିରିଶ୍ ହାତ ଥିଲା।


ଦର୍ପଣ ଓ ସୂକ୍ଷ୍ମବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।


Swiv nou:

Piblisite


Piblisite